ଆଜିର ରାଶିଫଳ : ତା ୨୧-୯-୨୦୨୧ ମଙ୍ଗଳବାର

**✧═════•❁❀❁•═════✧*

ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ସେପ୍ଟେମ୍ବର ତା ୨୧ ରିଖ ମଙ୍ଗଳ ବାର କନ୍ୟା ୫ ଦିନ ଆଶ୍ଵିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର

ଆଜିର ଘାତ ବାର- ମକର ରାଶିର

ଆଜିର ଘାତ ଚନ୍ଦ୍ର- ଧନୁ ରାଶି ପୁରୁଷ ଓ ତୁଳା ରାଶି ମହିଳାଙ୍କର

ଆଜିର ନିଷେଧ ଖାଦ୍ୟ- ପାଣି କଖାରୁ

ଆଜି ଠାରୁ ଅପର ପକ୍ଷ (ପିତୃ) ଆରମ୍ଭ

ମେଷ:-ଆଜି ଦାମ୍ପତ୍ୟ କଳହର ଅବସାନ ଘଟିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥ ଲାଭହେବ।

*ପ୍ରତିକାର- କୈାଣସି ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ବୃଷ:-ଆଜି ପିଲାମାନଙ୍କ କାର୍ଯ୍ୟକୁ ନେଇ ଦୁଶ୍ଚିନ୍ତାର କାରଣ ହୋଇପାରେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ପଡ଼ି ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ ।ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ ‌।

ପ୍ରତିକାର-: ମା ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

ମିଥୁନ:-ଆଜି ଶାରୀରିକ ପୀଡ଼ା ଦେଖାଦେଇପାରେ। ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଘରର ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି। ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।

ପ୍ରତିକାର-: ଶିବ ପଞ୍ଚାକ୍ଷର ସ୍ତୋତ୍ର ପାଠ କରନ୍ତୁ।

କର୍କଟ:- ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ। ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ‌।

ପ୍ରତିକାର-ତୁଳସୀ ମୂଳରେ ପାଣି ଢାଳନ୍ତୁ, ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ।

ସିଂହ:-ଆଜି ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି । ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ । ପାରିବାରିିକ ସମସ୍ୟାର ସମାଧାନ ଘଟିବ, ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ । ଆର୍ଥିକ ଅନଟନ ଜନିତ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

ପ୍ରତିକାର-:ଓଁ ଘୃଣିସୂର୍ଯ୍ଯାୟ ନମଃ ଏହି ମନ୍ତ୍ରରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦିଅନ୍ତୁ।

କନ୍ୟା:-ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍‌ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ପ୍ରତିକାର-ଓଁ ନମଃ ଭଗବତେ ବାସୁଦେବାୟ ଏହି ମନ୍ତ୍ରକୁ ୨୭ଥର ଜପ କରନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ ବ୍ୟବହାର କରିବା କଷ୍ଟକର ହେବ ।

ପ୍ରତିକାର-ସାତୋଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ ଓ ସାତଟି କଳାମିଠା ଭୋଗ କରନ୍ତୁ।

ବିଛା:-ଆଜି ଆପଣଙ୍କୁ କୌଣସି ନିଜର ଲୋକ ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।

ପ୍ରତିକାର-ଶୁଭଫଳ ପାଇବା ପାଇଁ ହନୁମାନଙ୍କ ପାଖରେ ରାଶି ତେଲରେ ଦୀପଟିଏ ଜାଳନ୍ତୁ।

ଧନୁ:-ଆଜି ଆକସ୍ମିକଭାବରେ ବନ୍ଧୁମାନଙ୍କ ଦୂର ସ୍ଥାନକୁ ଯାଇପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍‌ ରହିବ। ବାଣିଜ୍ୟରେ ଆଶାନୁରୂପ ଲାଭବାନ ହେବେ ‌।

ପ୍ରତିକାର-ଶୁଭଫଳ ପାଇଁ ଗାୟତ୍ରୀ ମନ୍ତ୍ରକୁ ୨୭ଥର ପାଠ କରନ୍ତୁ।

ମକର:-ଆଜି ଆପଣ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ବରାନ୍ବିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ।ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ ‌।ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଅର୍ଥିକକ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।

ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ।

କୁମ୍ଭ:- ଆଜି କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ସତ୍‌ସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।

ପ୍ରତିକାର-ଓଁ ନମଃ ଶିବାୟ ମନ୍ତ୍ରରେ ୫ଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗ ଉପରେ ଚଢାନ୍ତୁ।

ମୀନ:-ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ ‌। ହଠାତ୍‌ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।

ପ୍ରତିକାର-ଶୁଭଫଳ ପାଇବା ପାଇଁ ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ।

Leave a Reply

Your email address will not be published. Required fields are marked *